26.7 C
Bhubaneswar
Friday, July 3, 2026
Homeଓଡିଶା୬ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

୬ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ବର: ସକ୍ରିୟ ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବେଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବା ସହ ଜଳମଗ୍ନ ସ୍ଥିତି ଉପୁଜିବାର ସମ୍ଭାବନା ରହିଛି । କିଛି ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ଏପଟେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି ।

ଆସନ୍ତା ୨୪ ଘଣ୍ଟା ପାଇଁ ଭୀଷଣ ବର୍ଷା ନେଇ 2 ଜିଲ୍ଲା କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ସେହିପରି ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଏବଂ ଏହାର ଆଖପାଖ ଅଞ୍ଚଳରେ ଘଣ୍ଟା ପ୍ରତି ୪୦-୫୦ କିମି ବେଗରେ ପବନ ସହିତ ଝଡ଼ବର୍ଷା ହୋଇପାରେ ଏବଂ ପବନର ବେଗ ବଢ଼ି ୬୦ କିଲୋମିଟର ଘଣ୍ଟା ପ୍ରତି ପବନ ବହିପାରେ । ତେଣୁ ଆଗାମୀ ୪ ଦିନ ସମୁଦ୍ର ସ୍ଥିତି ଅଶାନ୍ତରୁ ଅତି ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking