26.1 C
Bhubaneswar
Saturday, July 4, 2026
Homeଓଡିଶାଅଣବସରରେ ଦାରୁବ୍ରହ୍ମ: ଆଜି ଫୁଲୁରୀ ତେଲ ଲାଗି

ଅଣବସରରେ ଦାରୁବ୍ରହ୍ମ: ଆଜି ଫୁଲୁରୀ ତେଲ ଲାଗି

ପୁରୀ: ସ୍ନାନଯାତ୍ରା ପରେ ଅଣସର ଘରେ ଅସୁସ୍ଥ ଦାରୁବ୍ରହ୍ମଙ୍କ ଅନବସର ତଥା ଗୁପ୍ତ ସେବା। ପଞ୍ଚମ ଦିନର ବିଳମ୍ବିତ ରାତିରେ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଫିଟିଛି । ଠାକୁରେ ଶ୍ରୀଅଙ୍ଗରେ ଲାଗି ହୋଇଥିବା ଚନ୍ଦନ ଓ କରାଳ ଆଦି ଦିବ୍ୟ ବସ୍ତୁ ବାହାରିଛି । ଶନିବାର ଠାକୁରଙ୍କ ଫୁଲୁରୀ ତେଲ ଶ୍ରୀମନ୍ଦିରକୁ ବିଜେ ହେବ । ପରେ ଫୁଲୁରୀ ତେଲ ଲାଗି କରାଯାଇ ଶ୍ରୀବିଗ୍ରହଙ୍କୁ ସୁସ୍ଥ କରିବାରେ ଲାଗିପଡ଼ିବେ ଦଇତାପତି ସେବାୟତଗଣ।

ବଡ଼ ଓଡ଼ିଆ ମଠରେ ପ୍ରସ୍ତୁତ ହୋଇଛି ମହାପ୍ରଭୁଙ୍କ ଫୁଲୁରୀ ତେଲ । ଏଥିରେ ରହିଥାଏ ୨୪ ପ୍ରକାର ଉପାଦାନ। ବଡ଼ ଓଡ଼ିଆ ମଠ ମହନ୍ତ ଅଧିକାରୀ ବଂଶୀଧର ଦାସ ଗୋସ୍ୱାମୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସ୍ତୁତ ଏହି ଦୁର୍ଲଭ ଔଷଧିୟ ତେଲ ଠାକୁରଙ୍କୁ ଲାଗି ହେବ। ହେରାପଞ୍ଚମୀରେ ମହାପ୍ରଭୁଙ୍କ ମଧ୍ୟାହ୍ନଧୂପ ସରିଲେ ସନ୍ଧ୍ୟା କାଳରେ ବଡ଼ ଓଡ଼ିଆ ମଠ ମହନ୍ତ ଓ ତାଙ୍କ ସାହାଯ୍ୟକାରୀ କିମ୍ବା ଉତ୍ତରାଧିକାରୀ ତେଲ ପ୍ରସ୍ତୁତି ଆରମ୍ଭ କରନ୍ତି । ମଠ ପରିସରରେ ସ୍ୱତନ୍ତ୍ର ତେଲ ବାଡ଼ି ମଧ୍ୟ ରହିଛି। କେହି ନଦେଖିଲା ଭଳି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ମାଟି ଖୋଳା ହୋଇ ରହିଥାଏ । ମାଟି ହାଣ୍ଡିରେ ଘଣା ପେଡ଼ା ରାଶି ତେଲ ସହ ବିଭିନ୍ନ ଦ୍ରବ୍ୟ ମିଶାଯାଇ ପୋତା ଯାଏ । ସେଥିରେ ଋତୁ ଅନୁସାରେ ମିଳୁଥିବା ବିଭିନ୍ନ ସୁବାସିତ ପୁଷ୍ପ ଓ ଚେରମୂଳି ପକାଯାଏ । ସେହି ଦିନ ଠାରୁ ତେଲ ରହିବା ସ୍ଥାନରେ ଫୁଲ ପାଣି ଦିଆଯାଏ । ସ୍ନାନପୂର୍ଣ୍ଣମୀ ପୂର୍ବ ଦିନ ଠାକୁରଙ୍କ ମଧ୍ୟାହ୍ନଧୂପ ସରିଲେ ସନ୍ଧ୍ୟା ସମୟରେ ପୋତା ସ୍ଥାନରୁ ବାହାରି ଏକ ନିର୍ଦ୍ଦିଷ୍ଟ କୋଠରୀରେ ଉକ୍ତ ତେଲ ମୁଦ ଦିଆଯାଇ ରହିଥାଏ । ପରେ ତେଲକୁ ଛଣା ଯାଇ ମାଟି ପାତ୍ରରେ ସଜଡ଼ା ହୋଇ ରହିଥାଏ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଡକରା ଆସିଲା ପରେ ଫୁଲୁରୀ ତେଲ ଠାକୁରଙ୍କ ସେବା ପାଇଁ ଶ୍ରୀମନ୍ଦିରକୁ ବିଜେ କରିଥାଏ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking