ଭୁବନେଶ୍ୱର: ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମର୍ପଣ ଭାବ ନେଇ ସବୁ ବିଭାଗକୁ କାର୍ଯ୍ୟ କରିବାକୁ ପରାମର୍ଶ ଦେଲେ । ସେବାୟତ ଓ କର୍ମଚାରୀଙ୍କୁ ସମନ୍ୱୟ ରକ୍ଷା କରି ଦାୟିତ୍ୱ ନିର୍ବାହ କରିବାକୁ ଅପିଲ କରିଛନ୍ତି । ସମନ୍ୱୟ ରକ୍ଷା କରି ଦାୟିତ୍ୱ ନିର୍ବାହ କଲେ ରଥଯାତ୍ରା ତ୍ରୁଟିଶୂନ୍ୟ ହୋଇପାରିବ । ପୁରୀ ରଥଯାତ୍ରା ଉପରେ ସାରା ବିଶ୍ୱର ନଜର ରହିଛି । ରଥଯାତ୍ରା ସୁରୁଖୁରୁରେ ସାରିବା ଓ ଭକ୍ତଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଆମର ଦାୟିତ୍ୱ ରହିଛି । ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ସ୍ୱାସ୍ଥ୍ୟ ଓ ଟ୍ରାଫିକକୁ ଗୁରୁତ୍ୱ ଦିଆଯାଇଛି । ସେବାୟତଙ୍କ ନିଷ୍ଠା ଯୋଗୁଁ ମହାପ୍ରଭୁଙ୍କ ନୀତିକାନ୍ତିରେ କୌଣସି ଅସୁବିଧା କେବେ ହୋଇନି । ଏ ବର୍ଷ ବି କୌଣସି ଅସୁବିଧା ହେବନି ବୋଲି ମୁଁ ଆଶା କରୁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।









