ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ଦିନିକିଆ ଓଡିଶା ଗସ୍ତରେ ଆସିଛନ୍ତି ଉପରାଷ୍ଟ୍ରପତି । ବିମାନବନ୍ଦରର ପହଞ୍ଚିବା ପରେ ଉପରାଷ୍ଟ୍ରପତିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟପାଳ, ପୋଲିସ ଡିଜି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି । ବିମାନବନ୍ଦରରୁ ବାହାରି ଓୟୁଏଟି ଅଭିମୁଖେ ବାହାରିଛନ୍ତି ଉପରାଷ୍ଟ୍ରପତି। ସେଠାରେ ୧୧ଟାରେ କାର୍ଯ୍ୟକ୍ରମ ରହିଛି । ମତ୍ସ୍ୟଜୀବୀଙ୍କୁ ପ୍ରାଧିକରଣ ପତ୍ର ବଣ୍ଟାଯିବ । ତେବେ ଏଓୟୁଏଟିରେ ଦେଶର ଦ୍ୱିତୀୟ ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଥିବା ଭିଭିଆଇପିଙ୍କ ଏହି ଗସ୍ତକୁ ନେଇ ରାଜ୍ୟ ସରକାର ଏବଂ କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଉପରାଷ୍ଟ୍ରପତିଙ୍କ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରର ସୁରକ୍ଷା ବ୍ୟବସ୍ଥାକୁ ବେଶ୍ କଡ଼ାକଡ଼ି କରାଯାଇଛି । ସାଧାରଣ ଜନତାଙ୍କ ଯାତାୟାତ ଏବଂ ଭିଡ଼ ନିୟନ୍ତ୍ରଣ ପାଇଁ ସହରର ଏକାଧିକ ପ୍ରମୁଖ ଛକରେ ସ୍ୱତନ୍ତ୍ର ଟ୍ରାଫିକ୍ କଟକଣା ଜାରି କରାଯାଇଛି ।










