31 C
Bhubaneswar
Thursday, July 9, 2026
Homeଓଡିଶାଆସନ୍ତା ୫ ଦିନ ଯାଏଁ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା

ଆସନ୍ତା ୫ ଦିନ ଯାଏଁ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା

ଭୁବନେଶ୍ୱର: ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡିଶା – ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି । ବର୍ତ୍ତମାନ ସଦୃଶ ଲଘୁଚାପ ଉତ୍ତର ପଶ୍ଚିମ ମଧପ୍ରଦେଶ ଏବଂ ଏହା ସଂଲଗ୍ନ ଦକ୍ଷିଣ- ପଶ୍ଚିମ ଅଞ୍ଚଳରେ ସକ୍ରିୟ ରହିଛି । ଦୁର୍ବଳ ହେବା ପରେ ପାଗ ବଦଳିବା ସହ ବର୍ଷା କମିଛି, ଆସନ୍ତା ୫ ଦିନ ଯାଏଁ କେତେକ ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ଅନୁଗୋଳ, କେନ୍ଦୁଝର , ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ନେଇ ପାଣିପାଗ ବିଭାଗ ୟେଲ୍ଲୋ ୱାଣ୍ଣିଂ ଜାରି କରିଛି ।ଗୁରୁବାର କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲାକୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୩୦ରୁ ୪୦ କିମି ପବନ ବହିବାର ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ଶୁକ୍ରବାର କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୋଳ, ବୌଦ୍ଧ ଓ ମୟୂରଭଞ୍ଜ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ଓ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୨ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୩ଟି ସ୍ଥାନରେ ବର୍ଷା ହୋଇଥିବାବେଳେ ମୟୂରଭଞ୍ଜ ଉଦଳାରେ ସର୍ବାଧିକ ୧୫.୪ ମିମି ବର୍ଷା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ୧୭ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking