ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଅଞ୍ଚଳରେ ଜଣେ ଯୁବକଙ୍କ ହତ୍ୟା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ଡୁଙ୍ଗୁରିପାଲି ବ୍ଲକ ସମଲେଇଚୁଆ ଗ୍ରାମର ବବୁନ ପାଣ୍ଡେ (୨୭)।ସୂଚନା ଅନୁସାରେ, ବବୁନଙ୍କୁ ହତ୍ୟା କରିବା ପରେ ତାଙ୍କ ମୃତଦେହକୁ ନିକଟସ୍ଥ ପାଣ୍ଡ୍ରି ଡୁଙ୍ଗୁରି ଅଞ୍ଚଳରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି। ଘଟଣା ସମ୍ପର୍କରେ ଖବର ପାଇ ଡୁଙ୍ଗୁରିପାଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।










