ରାୟଗଡ଼ା: ରାୟଗଡ଼ାରେ ପୁଣି ମ୍ୟାଲେରିଆ ଆତଙ୍କ । ମ୍ୟାଲେରିଆରେ ଚାଲିଗଲା ଜଣେ ଛାତ୍ରଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତ ଛାତ୍ର ହେଉଛନ୍ତି ଚତୁର୍ଥ ଶ୍ରେଣୀର ଜୟସେନ କଣ୍ଡାଗରି । ସେ ସରକାରୀ ହଷ୍ଟେଲରେ ରହି ପାଠ ପଢ଼ୁଥିଲେ । କିଛି ଦିନ ତଳେ ଜୟସେନ ମ୍ୟାଲେରିଆରେ ଆକ୍ରାନ୍ତ ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବା ପରେ ତାଙ୍କୁ ଚିକିତ୍ସା ପାଇଁ ଏମକେସିଜି ମେଡିକାଲକୁ ନିଆଯାଇଥିଲା । ହେଲେ ଚିକିତ୍ସା ଚାଲିଥିବା ବେଳେ ତାଙ୍କ ମୃତ୍ୟୁ ହୋଇଛି । ଛାତ୍ରଙ୍କ ମୃତ୍ୟୁ ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ମ୍ୟାଲେରିଆ ନିୟନ୍ତ୍ରଣ ଓ ହଷ୍ଟେଲରେ ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଏବେ ପ୍ରଶ୍ନ ଉଠିଛି। ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ ନଜର ରଖାଯାଉଛି ।










