29.9 C
Bhubaneswar
Tuesday, July 14, 2026
Homeଓଡିଶାଏସଓପି ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଏସଓପି ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରସଙ୍ଗକୁ ନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସରକାର ସ୍ୱତନ୍ତ୍ର (SOP) ଜାରି କରିଛନ୍ତି । ମନ୍ତ୍ରୀ କହିଛନ୍ତି, ଆର୍ଥିକ ଅଭାବ କାରଣରୁ ରାଜ୍ୟର କୌଣସି ଛାତ୍ରଛାତ୍ରୀ ପାଠପଢ଼ାରୁ ବଞ୍ଚିତ ହେବେ ନାହିଁ । ସମସ୍ତ ଯୋଗ୍ୟ ଛାତ୍ରଛାତ୍ରୀଙ୍କୁ ନିଃଶୁଳ୍କ ଶିକ୍ଷାର ସୁବିଧା ମିଳିବ ଏବଂ ଏହାକୁ ସୁନିଶ୍ଚିତ କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି ।ନୂଆ ଏସଓପିରେ କେଉଁମାନେ ଏହି ସୁବିଧା ପାଇବେ, କିପରି ଆବେଦନ କରିବେ ଓ କେଉଁ ସଂସ୍ଥା ଏହାର କାର୍ଯ୍ୟକାରିତା ଉପରେ ନଜର ରଖିବ, ସେସବୁ ସମ୍ପର୍କରେ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି । ସରକାରଙ୍କ ଲକ୍ଷ୍ୟ ହେଉଛି, ଟଙ୍କାର ଅଭାବ ଯେପରି କୌଣସି ମେଧାବୀ ଛାତ୍ରଛାତ୍ରୀଙ୍କ ସ୍ୱପ୍ନରେ ବାଧକ ନ ସାଜେ । ଗୁଣାତ୍ମକ ଶିକ୍ଷାକୁ ସମସ୍ତଙ୍କ ପାଖରେ ପହଞ୍ଚାଇବା ଏବଂ ସମାନ ସୁଯୋଗ ସୃଷ୍ଟି କରିବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ମନ୍ତ୍ରୀ କହିଛନ୍ତି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking