ନୂଆଦିଲ୍ଲୀ: ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରଥଯାତ୍ରା ଅବସରରେ ଏକ୍ସରେ ଶୁଭେଚ୍ଛା ଜଣାଇ ଲେଖିଛନ୍ତି, ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ ପିଢିକୁ ପ୍ରେରଣା ଦେଇଛି । ଏହା ବିନମ୍ରତା ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରେ ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ , ସୁଖ ଏବଂ ସମୃଦ୍ଧି ପ୍ରଦାନ କରନ୍ତୁ । ସେ ଆମକୁ ସମସ୍ତ ପ୍ରୟାସ ପାଇଁ ଶକ୍ତି ଦିଅନ୍ତୁ ଏବଂ ସମାଜରେ ଏକତାର ଭାବନାକୁ ଆହୁରି ସୁଦୃଢ କରନ୍ତୁ ।










