ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଏହି ଗସ୍ତ ଅବସରରେ ସେ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ସରକାରୀ ଏବଂ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ । ସୂଚନା ଅନୁସାରେ, ଅଗଷ୍ଟ ୩ ତାରିଖ ଅପରାହ୍ନ ୨ଟା ୧୦ ମିନିଟ୍ରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଉଛି । ବିମାନବନ୍ଦରରୁ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ସୁରକ୍ଷା ବଳ ମୁତୟନ ସହ ଟ୍ରାଫିକ୍ ପରିଚାଳନା ନେଇ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି ।










