28.3 C
Bhubaneswar
Wednesday, July 22, 2026
Homeଓଡିଶାରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ, ଆଜି ୧୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ, ଆଜି ୧୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଦୁଇ ଦୁଇଟି ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଵର୍ଷା ଲାଗି ରହିଥିବା ବେଳେ ଏଯାଏ ଲଘୁଚାପ ନେଇ କୌଣସି ପୂର୍ବାନୁମାନ କରାଯାଇନାହିଁ । ଆଜି ପାଇଁ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ତାରିଖ ଯାଏ ବିଜୁଳି ଘଡଘଡି ସହ ବର୍ଷା ପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ । ସେପଟେ ଜୁନ ୧ରୁ ଏଯାବତ ୪୮୮. ୯ ମିମି ହୋଇଥିବା ବେଳେ ସ୍ୱାଭାବିକ ବର୍ଷାଠାରୁ ୧୩ ପ୍ରତିଶତ ଅଧିକ ବର୍ଷା ରାଜ୍ୟରେ ହୋଇଛି । ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, ସହରାଞ୍ଚଳରେ ପାଣି ଜମିବା ଏବଂ କେତେକ ନଦୀର ଜଳସ୍ତର ବୃଦ୍ଧି ପାଇବାର ଆଶଙ୍କା ମଧ୍ୟ ରହିଛି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଏବଂ ରାସ୍ତାଘାଟ ପିଛିଳା ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆଗାମୀ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିବା ସମ୍ଭାବନା ଥିବାରୁ ପ୍ରଶାସନ ମଧ୍ୟ ସମ୍ଭାବ୍ୟ ପରିସ୍ଥିତିକୁ ମୁକାବିଲା କରିବା ପାଇଁ ସଜାଗ ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking