କେନ୍ଦୁଝର: କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ସହ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି।ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଏହି ନିଷ୍ପତ୍ତି ନିଆଯାଇଛି। ଲଗାତାର ବର୍ଷା ଯୋଗୁଁ ଅନେକ ସ୍ଥାନରେ ଜଳବନ୍ଦୀ ଓ ଯାତାୟତ ବ୍ୟାହତ ହୋଇଥିବାରୁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଏହି ଛୁଟି ଘୋଷଣା କରାଯାଇଛି।ଜିଲା ପ୍ରଶାସନ ପକ୍ଷରୁ ଅଭିଭାବକ ଓ ସାଧାରଣ ଜନତାଙ୍କୁ ପାଣି ଜମିଥିବା କିମ୍ବା ବନ୍ୟା ପ୍ରଭାବିତ ଅଞ୍ଚଳକୁ ଅନାବଶ୍ୟକ ଯାତାୟତ ନ କରିବା ଏବଂ ପ୍ରଶାସନର ପରାମର୍ଶ ପାଳନ କରିବାକୁ ଅନୁରୋଧ କରାଯାଇଛି ।










