ମୟୂରଭଞ୍ଜ : ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ମୟୂରଭଞ୍ଜ । ଗତ କିଛି ଦିନ ଧରି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବାବେଳେ, ଶିମିଳିପାଳ ଅଭୟାରଣ୍ୟରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ଦ୍ରୁତ ଗତିରେ ବଢ଼ୁଛି । ଏହାକୁ ନେଇ ନଦୀ କୂଳିଆ ଅଞ୍ଚଳରେ ଚିନ୍ତା ବଢ଼ିଛି । ଗତ କିଛି ଦିନ ଧରି ମୟୂରଭଞ୍ଜ ଜିଲ୍ଲାରେ ଲଗାତାର ବର୍ଷା ଜାରି ରହିଛି । ବିଶେଷକରି ଶିମିଳିପାଳ ଅଭୟାରଣ୍ୟ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରୁ ପାହାଡ଼ିଆ ଝରଣା ଓ ନାଳଗୁଡ଼ିକରେ ପ୍ରବଳ ସ୍ରୋତ ସୃଷ୍ଟି ହୋଇଛି । ଏହାର ସିଧାସଳଖ ପ୍ରଭାବ ବୁଢ଼ାବଳଙ୍ଗ ନଦୀରେ ପଡ଼ିଛି। ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆଶଙ୍କା ବଢ଼ିଛି ।










