28.3 C
Bhubaneswar
Wednesday, July 29, 2026
Homeଓଡିଶାବନ୍ୟା ପରିସ୍ଥିତି : ୩ ଜଣ ବରିଷ୍ଠ ଆଇଏଏସଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ

ବନ୍ୟା ପରିସ୍ଥିତି : ୩ ଜଣ ବରିଷ୍ଠ ଆଇଏଏସଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ

ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟ ବନ୍ୟା ପରିସ୍ଥିତି ଉପରେ ମୁଁ ଏବଂ ମୋ ସରକାର ପ୍ରତିଟି ମୁହୂର୍ତ୍ତରେ ସିଧାସଳଖ ନଜର ରଖିଛୁ। ବନ୍ୟା ପରିସ୍ଥିତି ଓ ଏହାର ମୁକାବିଲା ସମ୍ପର୍କରେ ମୁଁ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲଫ୍ କମିଶନରଙ୍କ ସହିତ ଆଲୋଚନା କରିଛି। ପ୍ରଭାବିତ ଅଞ୍ଚଳରେ ଜନସାଧାରଣଙ୍କୁ ସୁରକ୍ଷିତ ରଖିବା ପାଇଁ ସମଗ୍ର ପ୍ରଶାସନକୁ ମୁଁ ନିର୍ଦ୍ଦେଶ ଦେଇଛି। ମୋର ଆପଣମାନଙ୍କୁ ନିବେଦନ, ଆଦୌ ବିଚଳିତ କିମ୍ବା ଭୟଭୀତ ହୁଅନ୍ତୁ ନାହିଁ; ଆମେ ପ୍ରତିଟି ପଦକ୍ଷେପରେ ଆପଣଙ୍କ ସହିତ ଛିଡ଼ା ହୋଇଛୁ। ପ୍ରଶାସନର ସୂଚନାକୁ ପାଳନ କରନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ।

* ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବନ୍ୟା ପରିଚାଳନା, ସ୍ଥାନାନ୍ତରଣ ଓ ରିଲିଫ୍ କାର୍ଯ୍ୟକୁ ସ୍ୱୟଂ ତଦାରଖ କରିବା ପାଇଁ ୩ ଜଣ ବରିଷ୍ଠ ଆଇଏଏସ୍ (IAS) ଅଧିକାରୀଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି।
* ଜଳସ୍ତର ଓ ପରିସ୍ଥିତି ଉପରେ ସାକ୍ଷାତ ନଜର ରଖିବା ପାଇଁ ଏସଆରସି (SRC) କାର୍ଯ୍ୟାଳୟ ଓ ରାଜ୍ୟ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷକୁ ୨୪×୭ ଖୋଲା ରଖିବାପାଇଁ ନିର୍ଦ୍ଦେଶ ଦିଆଯାଇଛି ।
* ତଳିଆ ଅଞ୍ଚଳରୁ ସୁରକ୍ଷିତ ସ୍ଥାନକୁ ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ NDRF, ODRAF, ଅଗ୍ନିଶମ ଓ ପୋଲିସ ବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି।
* ସମସ୍ତ ଆଶ୍ରୟସ୍ଥଳୀରେ ବିଶୁଦ୍ଧ ପାନୀୟ ଜଳ, ରନ୍ଧାଖାଦ୍ୟ, ଜରୁରୀ ସ୍ୱାସ୍ଥ୍ୟସେବା, ସର୍ପାଘାତ ପ୍ରତିଷେଧକ ଔଷଧ ଏବଂ ଗୃହପାଳିତ ପଶୁଙ୍କ ପାଇଁ ପର୍ଯ୍ୟାପ୍ତ ଗୋଖାଦ୍ୟ ଯୋଗାଇ ଦିଆଯାଉଛି।
* ଆଶ୍ରୟସ୍ଥଳୀକୁ ଆସୁଥିବା ନାଗରିକଙ୍କ ବାସଗୃହ ଓ ଧନସମ୍ପତ୍ତିର ସୁରକ୍ଷା ନିଶ୍ଚିତ କରିବା ପାଇଁ ପୋଲିସ ପକ୍ଷରୁ ରାତ୍ରିକାଳୀନ ପେଟ୍ରୋଲିଂ କଡ଼ାକଡ଼ି କରାଯାଇଛି।
* ବନ୍ୟା ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ବାସଗୃହ ଓ ଚାଷଜମି ପାଇଁ ପ୍ରଭାବିତ ଜନସାଧାରଣଙ୍କୁ ତ୍ୱରିତ କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking