34.4 C
Bhubaneswar
Saturday, August 1, 2026
Homeଓଡିଶାବନ୍ୟାରେ ୮ ଲକ୍ଷ ଲୋକ ପ୍ରଭାବିତ: ମୁଖ୍ୟମନ୍ତ୍ରୀ

ବନ୍ୟାରେ ୮ ଲକ୍ଷ ଲୋକ ପ୍ରଭାବିତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇ କହିଛନ୍ତି, ୧୨ଟି ବ୍ଲକ ଆକାଶ ମାର୍ଗରୁ ଅନୁଧ୍ୟାନ କରି ଫେରିଛି । ବନ୍ୟାରେ ୮ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ୨ ଲକ୍ଷ ୬୯ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ୧୭ଟି ଓଡ୍ରାଫ ଟିମ, ୭ଟି ଏନଡିଆରଏଫ, ୧୨୯ ଅଗ୍ନିଶମ ଟିମ ନିୟୋଜିତ ଅଛନ୍ତି । ପାଣି ଛାଡିବାର ୩ ଦିନ ଭିତରେ କ୍ଷୟକ୍ଷତି ଆକଳନ ରିପୋର୍ଟ ନିର୍ଦ୍ଦେଶ ଦିଆଯାଇଛି । ଏସଡିଆରଏଫରୁ ୨୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି । ନଦୀରେ ପାଣି କମିବା ଆରମ୍ଭ କରିଛି , ୨ ଦିନରେ ସ୍ଥିତି ସୁଧୁରିବ ।   ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଆକଳନ କରାଯିବା ସହ ପ୍ରଭାବିତ ଲୋକଙ୍କୁ ସହାୟତା ପ୍ରଦାନ ଏବଂ ପରବର୍ତ୍ତୀ ପଦକ୍ଷେପ ନେଇ ନିଷ୍ପତ୍ତି ନିଆଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking