34.4 C
Bhubaneswar
Saturday, August 1, 2026
Homeଓଡିଶାପୁଣି ବଢିବ ବର୍ଷାର ପରିମାଣ !

ପୁଣି ବଢିବ ବର୍ଷାର ପରିମାଣ !

ଭୁବନେଶ୍ୱର: ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ ଦକ୍ଷିଣ ମଧ୍ୟପ୍ରଦେଶ ଉପରେ ଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇଛି। ଶନିବାର ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଫଳରେ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହୋଇପାରେ। ତେବେ ଏହାପରେ ପୁଣି ବର୍ଷା ପରିମାଣ ବଢିବ ବୋଲି ପୂର୍ବାନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶନିବାର ବାଲେଶ୍ୱର, କଟକ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking