33.3 C
Bhubaneswar
Monday, August 3, 2026
Homeଓଡିଶାଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି

ଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମହାମହିମ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନମାଝୀ, ମୁଖ୍ୟ ଶାସନ ସଚିବ ଅନୁଗର୍ଗ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ । ପରେ ସ୍ୱତନ୍ତ୍ର କାରକେଡ ଯୋଗେ ଲୋକଭବନ ଅଭିମୁଖେ ବାହାରିଛନ୍ତି ରାଷ୍ଟ୍ରପତି । ସେଠାରେ କିଛି ସମୟ ବିଶ୍ରାମ ନେବା ପରେ ୬ଟାରେ କଟକର ମୁଣ୍ଡୁଳୀରେ ଥିବା ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦଘାଟନ କାର୍ଯ୍ୟକ୍ରମରେ ଯୋଗଦେବେ । ରାଷ୍ଟ୍ରପତିଙ୍କ ସୁରକ୍ଷାଗସ୍ତ କୁନେଇ ଓଡିଶା ପୋଲିସ ପ୍ରଶାସନ ପକ୍ଷରୁ ୪୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ସହ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking