28.9 C
Bhubaneswar
Monday, August 3, 2026
Homeଓଡିଶାବାଇକ୍‌କୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବସ୍: ୫ ଆହତ

ବାଇକ୍‌କୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବସ୍: ୫ ଆହତ

ପାରଳାଖେମୁଣ୍ଡି: ଗଜପତିଜିଲ୍ଲା ଅଡବା ଥାନା ଅନ୍ତର୍ଗତ ରାଇଗଣ୍ଡା ଗାଁ ନିକଟ ବୁଲାଣି ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବ୍ରହ୍ମପୁରରୁ ଦାରିଙ୍ଗବାଡ଼ି ଅଭିମୁଖେ ଯାଉଥିବା ‘ବିକ୍ରାନ୍ତ’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ସାମ୍ନାପଟୁ ଆସୁଥିବା ଏକ ଏକ୍ସଏଲ୍ ବାଇକ୍‌କୁ ଧକ୍କା ଦେବା ପରେ ନିୟନ୍ତ୍ରଣ ହରାଇ ରାସ୍ତାର ବାମପାର୍ଶ୍ୱ ତଳକୁ ଖସିପଡ଼ିଥିଲା। ଦୁର୍ଘଟଣାରେ ବାଇକ୍‌ରେ ଥିବା ଦୁଇ ଆରୋହୀ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍ କଲେଜ୍ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ଅନ୍ୟପଟେ ବସ୍‌ରେ ଯାତ୍ରା କରୁଥିବା ୫ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହଯୋଗରେ ସେମାନଙ୍କୁ ବ୍ରାହ୍ମଣୀ ଗାଁ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତ ବସ୍ ଯାତ୍ରୀମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଘଟଣାର ଖବର ପାଇ ଅଡବା ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ବସ୍‌କୁ ଜବତ କରିବା ସହ ଦୁର୍ଘଟଣାର ପ୍ରକୃତ କାରଣ ନେଇ ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ବୁଲାଣି ରାସ୍ତା ହୋଇଥିବାରୁ ସେହି ସ୍ଥାନରେ ପୂର୍ବରୁ ମଧ୍ୟ ଏଭଳି ଦୁର୍ଘଟଣା ଘଟିଥିବା ଅଭିଯୋଗ ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking