ଗଞ୍ଜାମ: ତତ୍ପପାଣିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ ରାଷ୍ଟ୍ରପତି । ସେଠାରେ ସୁରକ୍ଷୀ ବ୍ୟବସ୍ଥା କଡାକଡି କରାଯାଇଛି । ଆଜି ରାତିରେ ସେ ଗୋଳାବନ୍ଧ ଆର୍ମି ଏଡି କଲେଜରେ ରାତ୍ରିଯାପନ କରିବେ । ଆସନ୍ତାକାଲି ପୁଣି ବ୍ରହ୍ମପୁରରୁ ସ୍ୱତନ୍ତ୍ର ଟ୍ରେନ ଯୋଗେ ଭୁବନେଶ୍ୱର ଫେରିବା କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ଓ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବ୍ରହ୍ମପୁରରୁ ତପ୍ତପାଣି ପର୍ଯ୍ୟନ୍ତ ସୁରକ୍ଷା ବଳ ମୁତୟନ କରାଯାଇଥିବା ବେଳେ, ସମଗ୍ର ଗସ୍ତକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ କରାଯାଇଛି ।










