ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ମୟୁରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଏବଂ ବାକି ସବୁ ଜିଲ୍ଲାକୁ ୟେଲ୍ଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୁରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ମଧ୍ୟ ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । କାଲି ପାଇଁ ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଥିବା ବେଳେ ବାକି ସମସ୍ତ ଜିଲ୍ଲା ପାଇଁ ୟେଲ୍ଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।










