29.4 C
Bhubaneswar
Saturday, August 8, 2026
Homeଓଡିଶାସୋଆର ସବୁ କ୍ୟାମ୍ପସ ହେବ ସବୁଜ କ୍ୟାମ୍ପସ: କୁଳପତି

ସୋଆର ସବୁ କ୍ୟାମ୍ପସ ହେବ ସବୁଜ କ୍ୟାମ୍ପସ: କୁଳପତି

ଭୁବନେଶ୍ୱର: ପରିବେଶ ପ୍ରଦୁଷଣ ଓ ଏହାର ସୁରକ୍ଷା ଏକ ବଡ଼ ଆହ୍ୱାନ ଭାବେ ଉଭା ହୋଇଥିବା ବେଳେ ଏହାର ସନ୍ତୁଳନ ଲାଗି ବୃକ୍ଷରୋପଣ ସମସ୍ତଙ୍କର ଦାୟିତ୍ୱ ରହିବା ଉଚିତ୍ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ।ଶୁକ୍ରବାର ସୋଆ କ୍ୟାମ୍ପସ – ୪ ପରିସରରେ ଏକ ବିଶାଳ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଥିବା ବେଳେ ବିଶ୍ୱବିଦ୍ୟାଳୟର ସବୁକ୍ୟାମ୍ପସକୁ ସବୁଜ କ୍ୟାମ୍ପସ କରାଯିବ ବୋଲି କୁଳପତି ପ୍ରଫେସର ନନ୍ଦ କହିଛନ୍ତି ।ସୋଆ ପରିଚାଳିତ କୃଷି ମହାବିଦ୍ୟାଳୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌), ପ୍ରାଣୀ ବିଜ୍ଞାନ ମହାବିଦ୍ୟାଳୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସ ଆଣ୍ଡ ଆନିମଲ ହଜବ୍ୟାଣ୍ଡରି (ଆଇଭିଏସ୍‌ଏଏଚ୍‌) ଏବଂ ଆଇନ ମହାବିଦ୍ୟାଳୟ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ଏସ୍‌ଏନ୍‌ଆଇଏଲ୍‌)ର ମିଳିତ ଆନୁକୂଲ୍ୟରେ ଏହି ବିଶାଳା ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।
ଏହି ଅବସରରେ ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ କହିଥିଲେ ଯେ ପରିବେଶର ସୁରକ୍ଷା ନିମନ୍ତେ ଏହି ମହତ୍ କାର୍ଯ୍ୟର ଆୟୋଜନ କରାଯାଇଥିବା ବେଳେ ବଉଳ, ସୁନାରୀ, କାଂଚନ, ଅର୍ଜୁନ, ପିସ୍ତାବାଦାମ, ଜାମ୍ମୁ, ବାହାଡା, କୃଷ୍ଣଚୂଡ଼ା ଓ ବଡ଼ ଚାକୁଣ୍ଡା ଭଳି ୧୨ ପ୍ରକାରର ୫୦୦ଟି ବୃକ୍ଷ ରୋପଣ କରାଯାଇଛି ।ଏହି କାର୍ଯ୍ୟକ୍ରମରେ ସୋଆର ବରିଷ୍ଠ ପଦାଧିକାରୀ, ଅଧ୍ୟାପକ-ଅଧ୍ୟାପିକା, ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ସାମିଲ ହୋଇ ବୃକ୍ଷରୋପଣ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking