32.2 C
Bhubaneswar
Monday, August 10, 2026
Homeଓଡିଶାବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୧୩ରେ ଲଘୁଚାପ!

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୧୩ରେ ଲଘୁଚାପ!

ଭୁବନେଶ୍ୱର: ଓଡିଶା ଉପରେ ପୁଣି ବର୍ଷାର ବଡ ପ୍ରଭାବ ଦେଖିବାକୁ ମିଳିପାରେ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ବାଂଲାଦେଶ -ପଶ୍ଚିମବଙ୍ଗ ନିକଟବର୍ତ୍ତୀ ଅଞ୍ଚଳରେ ଏବେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୧୩ ଅଗଷ୍ଟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ଗଠନ ହେଲେ ଏହାର ପ୍ରଭାବରେ ଓଡିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବଢିପାରେ । ବିଶେଷକରି ଉତ୍ତର ଓଡିଶା ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଜିଲ୍ଲାଗୁଡିକରେ ଆଜି ମଧ୍ୟମରୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ମୟୁରଭଞ୍ଜ , କେନ୍ଦୁଝର, କଟକ, ଖୋର୍ଦ୍ଧା, ବାଲେଶ୍ୱର, ଭତ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ନୟାଗଡ, ଯାଜପୁର, ଢେଙ୍କାନାଳ, ଗଞ୍ଜାମ, ଅନୁଗୋଳ, ଦେବଗଡ ଏବଂ ସୁନ୍ଦରଗଡ ଜିଲ୍ଲାରେ ବର୍ଷାର ପ୍ରଭାବ ରହିପାରେ । ଉତ୍ତର ଓଡିଶାରେ ବର୍ଷା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆଜି ଅପରାହ୍ମ ୧୨ଟାରୁ ସନ୍ଧ୍ୟା ୭ଟା ମଧ୍ୟରେ ଉଭୟ ସହରରେ ତୀବ୍ର ବୃଷ୍ଟିପାତର ସମ୍ଭାବନା ରହିଛି । ଏଭଳି ସ୍ଥିତିରେ ଅତ୍ୟଧିକ ବର୍ଷା ହେଲେ ରାସ୍ତାଘାଟରେ ପାଣି ଜମିବା , ଟ୍ରାଫିକ ସମସ୍ୟା ଏବଂ ତଳିଆ ଅଞ୍ଚଳରେ ଜଳବନ୍ଦୀ ଭଳି ସମସ୍ୟା ଦେଖାଦେଇପାରେ । ତେଣୁ ଆବଶ୍ୟକ ନଥିଲେ ତୀବ୍ର ବର୍ଷା ସମୟରେ ବାହାରକୁ ନଯିବା ଏବଂ ପାଣିପାଗ ବିଭାଗର ପରବର୍ତ୍ତୀ ସୂଚନା ଉପରେ ନଜର ରଖିବା ଜରୁରୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking