31.1 C
Bhubaneswar
Wednesday, August 12, 2026
Homeଓଡିଶାପ୍ରବଳ ବର୍ଷା: ୩ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି

ପ୍ରବଳ ବର୍ଷା: ୩ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା । ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବିଶେଷ କରି ରାଜ୍ୟର ତିନୋଟି ଜିଲ୍ଲା ପାଇଁ ରେଡ୍‌ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଅନ୍ୟ ୮ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ଏବଂ ପ୍ରାୟ ୧୧ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଶଙ୍କା ରହିଛି ।ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ପାଣିପାଗ ବିଭାଗ କେନ୍ଦୁଝର ଜିଲ୍ଲାକୁ ରେଡ୍‌ ଆଲର୍ଟ ଶ୍ରେଣୀରେ ରଖିଛି । ଏହା ସହିତ ଅନ୍ୟ ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ, ତେଣୁ ପ୍ରଶାସନ ପକ୍ଷରୁ ସାଧାରଣ ଜନତାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଲଘୁଚାପର ପ୍ରଭାବ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ରହିବାକୁ ଥିବାରୁ ବିଶେଷ କରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଥିତି ଉପରେ ନଜର ରଖାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking