30.1 C
Bhubaneswar
Wednesday, August 12, 2026
Homeଓଡିଶା୧୨ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ: ଓଡ଼ିଶାକୁ ପ୍ରବଳ ବର୍ଷା ସମ୍ଭାବନା

୧୨ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ: ଓଡ଼ିଶାକୁ ପ୍ରବଳ ବର୍ଷା ସମ୍ଭାବନା

ଭୂବନେଶ୍ୱର:  କିଛିଦିନର ବିରତି ପରେ ପୁଣି ରାଜ୍ୟକୁ ଭସାଇବାକୁ ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଓଡ଼ିଶାର ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ରାଜ୍ୟର କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା କାଲି କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ତରଫରୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିଭଳି ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, କଟକ, ଢେଙ୍କାନାଳ, ଦେଓଗଡ଼, କେନ୍ଦୁଝର, ଅନୁଗୋଳ, ସୁନ୍ଦରଗଡ଼ରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବଲାଙ୍ଗୀର, ବୈଦ୍ଧ, ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ୧୨ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ରହିଛି । ମତ୍ସ୍ୟଜୀବୀମାନଙ୍କ ଏହି ସମୟ ମଧ୍ୟରେ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking