30.1 C
Bhubaneswar
Thursday, August 13, 2026
Homeଦେଶ ବିଦେଶଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ରାହୁଲ ଗାନ୍ଧୀ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ

ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ରାହୁଲ ଗାନ୍ଧୀ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ

ନୂଆଦିଲ୍ଲୀ :  କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ସିବିଆଇ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ପାଇଁ ଆହ୍ଲାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ସେ ମାମଲାକୁ ଦିଲ୍ଲୀ ହାଇକୋର୍ଟକୁ ସ୍ଥାନାନ୍ତର କରିବାକୁ ମଧ୍ୟ ଆବେଦନ କରିଛନ୍ତି। ସୁପ୍ରିମକୋର୍ଟ ଅଗଷ୍ଟ ୧୭ରେ ଏହି ମାମଲାର ଶୁଣାଣି କରିବେ।ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆହ୍ଲାବାଦ ହାଇକୋର୍ଟଙ୍କ ଦ୍ୱାରା ସିବିଆଇ ଓ ଇଡିକୁ ଆୟ ବର୍ହିଭୂତ ସମ୍ପତ୍ତି ରଖିବା ଅଭିଯୋଗର ଦେଇଥିବା ତଦନ୍ତ ନିର୍ଦ୍ଦେଶକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ରାହୁଲ ଗାନ୍ଧୀ ଏହି ମାମଲାକୁ ଆହ୍ଲାବାଦ ହାଇକୋର୍ଟରୁ ଦିଲ୍ଲୀ ହାଇକୋର୍ଟକୁ ସ୍ଥାନାନ୍ତର କରିବା ପାଇଁ ଏକ ପୃଥକ୍‌ ଆବେଦନ ମଧ୍ୟ ଦାଖଲ କରିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ୟ୍ୟକାନ୍ତ, ବିଚାରପତି ଜୟମାଲ୍ୟ ବାଗଚୀ ଓ ବିଚାରପତି ଭି.ମୋହନାଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଅଗଷ୍ଟ ୧୭ ରେ ଏହି ମାମଲାର ଶୁଣାଣି କରିବେ।ଏହି ମାମଲା କର୍ଣ୍ଣାଟକ ବିଜେପି କର୍ମୀ ବିଘ୍ନେଶ ଶିଶିରଙ୍କ ଦ୍ୱାରା ଦାୟର ଅଭିଯୋଗ ସହିତ ଜଡିତ। ଏଥିରେ ଅଭିଯୋଗ କରାଯାଇଛି ଯେ, ରାହୁଲ ଗାନ୍ଧୀଙ୍କ ପାଖରେ ଜ୍ଞାତ ଆୟ ଉତ୍ସ ଠାରୁ ଅଧିକ ସମ୍ପତ୍ତି ରହିଛି। ଅଭିଯୋଗର ଶୁଣାଣି କରି ଆହ୍ଲାବାଦ ହାଇକୋର୍ଟ ମେ ମାସରେ ଆଇନ ଅନୁଯାୟୀ ଅଭିଯୋଗ ଯାଞ୍ଚ କରିବାକୁ ସିବିଆଇ ଓ ଇଡିକୁ ନିର୍ଦ୍ଦେଶ ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking