29.1 C
Bhubaneswar
Monday, August 17, 2026
Homeଓଡିଶାତୃତୀୟ ସୋମବାରରେ ଶିବମୟ ଲିଙ୍ଗରାଜ ମନ୍ଦିର: ଭକ୍ତଙ୍କ ପ୍ରବଳ ଭିଡ଼

ତୃତୀୟ ସୋମବାରରେ ଶିବମୟ ଲିଙ୍ଗରାଜ ମନ୍ଦିର: ଭକ୍ତଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର: ଆଜି ଶ୍ରାବଣ ମାସର ତୃତୀୟ ସୋମବାର । ଭୁବନେଶ୍ୱରର ପ୍ରସିଦ୍ଧ ଲିଙ୍ଗରାଜ ମନ୍ଦିରରେ ସକାଳୁ ସକାଳୁ ଭକ୍ତଙ୍କ ଭିଡ ଜମିଥିବା ବେଳେ ଚାରିଆଡେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । ଦୂରଦୂରାନ୍ତରରୁ ଆସିଥିବା ଶ୍ରଦ୍ଧାଳୁମାନେ ଲମ୍ବାଧାଡିରେ ଛିଡା ହୋଇ ପ୍ରଭୁ ଲିଙ୍ଗରାଜ ମହାଦେବଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ଶ୍ରାବଣ ସୋମବାରରେ ମହାଦେବଙ୍କ ଉପାସନାର ବିଶେଷ ମହତ୍ତ୍ୱ ରହିଥିବାରୁ ଭକ୍ତଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି । ମନ୍ଦିର ପରିସରରେ ଭିଡ ନିୟନ୍ତ୍ରଣ ସହ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି । ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking