କଟକ : ମହାନଦୀରେ ଭାସୁଛି ଅଜଣା ମୃତଦେହ । କଟକ ଯୋବ୍ରା ବ୍ରିଜ୍ ନିକଟ ମହାନଦୀରେ ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହଟି ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ। ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର ପାଇଁ ପଦକ୍ଷେପ ନେଇଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ । ମୃତ୍ୟୁର କାରଣ ମଧ୍ୟ ସ୍ପଷ୍ଟ ହୋଇନାହିଁ । ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଯିବା ସହ ପୁଲିସ ଘଟଣାର ତଦନ୍ତ କରିବ ।










