ଭୁବନେଶ୍ୱର : ରାଜ୍ୟରେ ପୁଣି ବଢିବ ବର୍ଷା। ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପଶ୍ଚିମ, ଉତ୍ତର ଓ ଉପକୂଳ ଓଡି଼ଶାରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲିଠୁ ବଢିବ ବର୍ଷା ପରିମାଣ। ଆସନ୍ତା ୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ୧୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଲିଠୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା।










