ଭୁବନେଶ୍ୱର : ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରି ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି, ନିଜର କାଳଜୟୀ କଣ୍ଠସ୍ୱରରେ ସମଗ୍ର ଓଡ଼ିଶାକୁ ବିମୋହିତ କରିଥିବା ମହାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ଜୟଦେବ ପୁରସ୍କାର, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ଏବଂ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଭଳି ଅନେକ ସମ୍ମାନରେ ଭୂଷିତ ଏହି ଅତୁଳନୀୟ ସଙ୍ଗୀତ ସାଧକଙ୍କ ଦେହାନ୍ତ ଓଡ଼ିଆ କଳା ଓ ସଂସ୍କୃତି ଜଗତରେ ଏକ ଅପୂରଣୀୟ ଶୂନ୍ୟତା ସୃଷ୍ଟି କରିଛି।ତାଙ୍କର ସୁମଧୁର ସ୍ୱରର ମୂର୍ଚ୍ଛନା ଓ କାଳଜୟୀ ସଙ୍ଗୀତ ପ୍ରତ୍ୟେକ ଓଡ଼ିଆଙ୍କ ହୃଦୟରେ ଚିରକାଳ ଅମର ହୋଇ ରହିବ। ଏହି ଦୁଃଖଦ ସମୟରେ ମୁଁ ଶୋକସନ୍ତପ୍ତ ପରିବାରବର୍ଗ ଓ ଅସଂଖ୍ୟ ପ୍ରଶଂସକଙ୍କୁ ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ସଦଗତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।










