31.1 C
Bhubaneswar
Tuesday, September 1, 2026
Homeଓଡିଶାୟୁଏଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ୟୁଏଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:   ଓଡ଼ିଶାକୁ ଅଧିକରୁ ଅଧିକ ବିଦେଶୀ ନିବେଶ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ୟୁଏଇ ଗସ୍ତ କରିବ। ସେପ୍ଟେମ୍ବର ୮ ଓ ୯ ତାରିଖରେ ଦୁବାଇରେ ଦୁଇଦିନିଆ ନିବେଶକ ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ଗସ୍ତରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ସମେତ ରାଜ୍ୟର ଅଧିକାରୀ ଓ ଶିଳ୍ପ ପ୍ରତିନିଧିମାନେ ସାମିଲ ହେବେ।

ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏନେଇ ସୂଚନା ଦେଇ କହିଛନ୍ତି ଯେ, ଓଡ଼ିଶାରେ ବିଦେଶୀ ନିବେଶ ବଢ଼ାଇବା ଏହି ଗସ୍ତର ପ୍ରମୁଖ ଉଦ୍ଦେଶ୍ୟ। ଦୁବାଇରେ ବିଭିନ୍ନ ଶିଳ୍ପପତି, ନିବେଶକ ଓ ବ୍ୟବସାୟିକ ପ୍ରତିନିଧିଙ୍କ ସହ ସରକାର ପକ୍ଷରୁ ୱାନ୍‌-ଟୁ-ୱାନ୍‌ ଆଲୋଚନା କରାଯିବ।ଏହି ଅବସରରେ ଓଡ଼ିଶାର ଶିଳ୍ପ ସମ୍ଭାବନା, ଭିତ୍ତିଭୂମି, ନିବେଶ ଅନୁକୂଳ ନୀତି ଏବଂ ବିଭିନ୍ନ ପ୍ରମୁଖ କ୍ଷେତ୍ରରେ ନିବେଶର ସୁଯୋଗ ସମ୍ପର୍କରେ ନିବେଶକମାନଙ୍କୁ ଅବଗତ କରାଯିବ। ଧାତୁ ଓ ଡାଉନ୍‌ଷ୍ଟ୍ରିମ୍‌ ଶିଳ୍ପ, ପେଟ୍ରୋକେମିକାଲ୍ସ, ସବୁଜ ଶକ୍ତି ଓ ଗ୍ରୀନ୍‌ ହାଇଡ୍ରୋଜେନ୍‌, ଖାଦ୍ୟ ପ୍ରକ୍ରିୟାକରଣ, ବୟନ ଶିଳ୍ପ, ଇଲେକ୍ଟ୍ରୋନିକ୍ସ, ବନ୍ଦର ଓ ଲଜିଷ୍ଟିକ୍ସ ଭଳି କ୍ଷେତ୍ରକୁ ବିଶେଷ ଗୁରୁତ୍ୱ ଦିଆଯିବ।ଦୁବାଇରେ ଏକ ରୋଡ୍‌ ଶୋ’ ମଧ୍ୟ ଆୟୋଜନ କରାଯିବ। ଏଥିରେ ଓଡ଼ିଶାରେ ନିବେଶର ସୁଯୋଗ ଏବଂ ରାଜ୍ୟ ସରକାରଙ୍କ ଶିଳ୍ପ ନୀତି ସମ୍ପର୍କରେ ନିବେଶକଙ୍କୁ ସୂଚନା ଦିଆଯିବ। ଏହା ସହ ୟୁଏଇରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking