32.1 C
Bhubaneswar
Wednesday, September 2, 2026
Homeଓଡିଶାପୁଣି ଭିଜିବ ଓଡ଼ିଶା: ସେପ୍ଟେମ୍ବର ୫ ଯାଏଁ ବର୍ଷା ସମ୍ଭାବନା

ପୁଣି ଭିଜିବ ଓଡ଼ିଶା: ସେପ୍ଟେମ୍ବର ୫ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ସାରା ଓଡିଶାରେ ବର୍ଷା ଜାରି ରହିଛି । ଆଜି ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଇଏମଡି ଅନୁଯାୟୀ, ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଉପକୂଳ , ଓଡିଶା , ଝାଡଖଣ୍ଡ ଏବଂ ସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ସ୍ପଷ୍ଟ ଭାବରେ ଚିହ୍ନିତ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଯାହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ଏବଂ ଝାଡଖଣ୍ଡରେ ପଶ୍ଚିମ- ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି । ଆଜି ପାଇଁ ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏହି ତିନୋଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରାଯାଇଛି । ସେହିପରି ବାଲେଶ୍ୱର, ଭଦ୍ରକ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ ଏବଂ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏହି ୮ଟି ଜିଲ୍ଲା ପାଇଁ ହଳଦିଆ ସତର୍କତା ଜାରି କରାଯାଇଛି । ବିଭାଗର ସୂଚନା ଅନୁଯାୟୀ, ସେପ୍ଟେମ୍ବର ୫ ତାରିଖ ଯାଏଁ କିଛି ସ୍ଥାନରେ ବର୍ଷା ଜାରି ରହିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking