32.1 C
Bhubaneswar
Thursday, September 3, 2026
Homeଓଡିଶାବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

ରାଜଗାଙ୍ଗପୁର: ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କୁଟୁନିଆ ପଞ୍ଚାୟତଅନ୍ତର୍ଗତ ଭାଲୁଦୁମା ନିକଟରେ ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକ ଜଣକ ଡ୍ୟୁଟି ସାରି ବାଇକ୍‌ ଯୋଗେ ନିଜ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଭାଲୁଦୁମା ନିକଟରେ ମୁଖ୍ୟମନ୍ତ୍ରୀ ବସ୍‌ଟି ତାଙ୍କ ବାଇକ୍‌କୁ ଧକ୍କା ଦେବାରୁ ଯୁବକ ଜଣକ ରାସ୍ତାରେ ଗୁରୁତର ଭାବେ ପଡ଼ିଯାଇଥିଲେ।ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାରକରି ରାଜଗାଙ୍ଗପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ଏନେଇ ପୁଲିସ ଘଟଣାରତଦନ୍ତ ଆରମ୍ଭ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking