31.1 C
Bhubaneswar
Friday, September 4, 2026
Homeଓଡିଶାଆଜି ମିଳିବ ସିଏମ୍ କିଷାନ୍ ଟଙ୍କା: ଉପକୃତ ହେବେ ରାଜ୍ୟର ୪୧ ଲକ୍ଷରୁ ଅଧିକ କୃଷକ

ଆଜି ମିଳିବ ସିଏମ୍ କିଷାନ୍ ଟଙ୍କା: ଉପକୃତ ହେବେ ରାଜ୍ୟର ୪୧ ଲକ୍ଷରୁ ଅଧିକ କୃଷକ

ଭୁବନେଶ୍ୱର: ଆଜି ମିଳିବ ସିଏମ୍ କିଷାନ୍ ଯୋଜନାର ପଞ୍ଚମ କିସ୍ତି। ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଆର୍ଥିକ ସହାୟତା ରାଶି ପ୍ରଦାନ କରିବେ। ଏହି ଯୋଜନା ମାଧ୍ୟମରେ ରାଜ୍ୟର ୪୧ ଲକ୍ଷରୁ ଅଧିକ କ୍ଷୁଦ୍ର, ନାମମାତ୍ର, ବିଶେଷ ଭାବେ ଅନୁନ୍ନତ ଜନଜାତି ସମୂହ ଏବଂ ଭୂମିହୀନ କୃଷକ ପରିବାର ପ୍ରତ୍ୟକ୍ଷ ଭାବେ ଉପକୃତ ହେବେ। ମୋଟ ୮୩୩ କୋଟିରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ। ଏହା ରାଜ୍ୟର ଚାଷୀମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ସହିତ କୃଷି କାର୍ଯ୍ୟରେ ପ୍ରୋତ୍ସାହିତ କରିବ। ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗଦେବେ। ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ସରକାରଙ୍କ ଅନ୍ୟ ମନ୍ତ୍ରୀ ମାନେ ଯୋଗଦେଇ ସିଏମ୍-କିସାନ କିସ୍ତି ପ୍ରଦାନ କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking