31.1 C
Bhubaneswar
Wednesday, September 9, 2026
Homeଓଡିଶାମଦ ନିଶାରେ ବାପାଙ୍କୁ ପିଟି ହତ୍ୟା କଲା ପୁଅ

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା କଲା ପୁଅ

ପାଟଣା: ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି। ମଦ ନିଶାରେ ପୁଅ ଠେଙ୍ଗାରେ ପିଟି ବାପାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟା ପରେ ଅଭିଯୁକ୍ତ ପୁଅ ଥାନାରେ ଆତ୍ମସମର୍ପଣ କରିଛି।ମୃତକ ହେଲେ ପୂର୍ଣ୍ଣଚନ୍ଦ୍ର ମୁଣ୍ଡା। ମଙ୍ଗଳବାର ବିଳମ୍ବିତ ରାତିରେ ପାରିବାରିକ କଳହକୁ ନେଇ ପୂର୍ଣ୍ଣଚନ୍ଦ୍ର ଓ ତାଙ୍କ ପୁଅ ଶ୍ରୀକାନ୍ତ ମୁଣ୍ଡାଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ମଦ ନିଶାରେ ଉତ୍ତ୍ୟକ୍ତ ହୋଇ ଶ୍ରୀକାନ୍ତ ଠେଙ୍ଗାରେ ପୂର୍ଣ୍ଣଚନ୍ଦ୍ରଙ୍କୁ ଆକ୍ରମଣ କରିଥିବା ଜଣାପଡ଼ିଛି। ଏଥିରେ ଘଟଣାସ୍ଥଳରେ ହିଁ ପୂର୍ଣ୍ଣଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା।

ଘଟଣା ପରେ ଅଭିଯୁକ୍ତ ଶ୍ରୀକାନ୍ତ ତୁରୁମୁଙ୍ଗା ଥାନାରେ ପହଞ୍ଚି ଆତ୍ମସମର୍ପଣ କରିଥିଲେ। ଖବର ପାଇ ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡର ପ୍ରକୃତ କାରଣ ଓ ଘଟଣାର ସମ୍ପୂର୍ଣ୍ଣ ପରିସ୍ଥିତି ନେଇ ପୋଲିସ ତଦନ୍ତ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking