ପାରାଦ୍ୱୀପ: ଚଣ୍ଡିଖୋଲ-ପାରାଦ୍ୱୀପ ଜାତୀୟ ରାଜପଥ-୫୩ କଡ଼ରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ମାହାଙ୍ଗା ଥାନା କୃଷ୍ଣଦାସପୁର ଛକ ନିକଟରେ ରାଜପଥ କଡ଼ରେ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ହତ୍ୟା କରିବା ପରେ ମୃତଦେହକୁ ରାଜପଥ କଡ଼ରେ ଫିଙ୍ଗି ଦିଆଯାଇଥିବା ନେଇ ସନ୍ଦେହ ପ୍ରକାଶ ପାଇଛି । ଘଟଣା ସମ୍ପର୍କରେ ଖବର ପାଇ ମାହାଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ଏଯାଏଁ ଜଣାପଡ଼ିନାହିଁ । ମୃତଦେହକୁ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଯିବା ସହ ଘଟଣାର ପ୍ରକୃତ କାରଣ ଏବଂ ମୃତକଙ୍କ ପରିଚୟ ଜାଣିବାକୁ ପୋଲିସ ତଦନ୍ତ ଚଳାଇଛି । ଏହାସହ ଘଟଣାସ୍ଥଳ ଆଖପାଖରେ ଥିବା ସିସିଟିଭି ଫୁଟେଜ୍ ଓ ଅନ୍ୟାନ୍ୟ ସୁରାକ୍ ଯାଞ୍ଚ କରାଯାଉଥିବା ସୂଚନା ମିଳିଛି ।










