29.1 C
Bhubaneswar
Saturday, September 19, 2026
Homeଓଡିଶାମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି। ସ୍ଥାନୀୟ ପ୍ରଶାସନ ସହିତ ସମନ୍ବୟ ରକ୍ଷା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପାର୍ଥିବ ଶରୀରକୁ ସସମ୍ମାନେ ଓଡ଼ିଶା ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ମଧ୍ୟପ୍ରଦେଶ ବୁଲିବାକୁ ଯାଇଥିବାବେଳେ ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ସମସ୍ତେ ଭୁବନେଶ୍ୱର ଜୟଦେବ ବିହାର ଅଞ୍ଚଳ ବୋଲି ସୂଚନାରୁ ଜଣାପଡ଼ିଛି। ଗୋଟିଏ ପରିବାରର ପୁଅ, ଝିଅ, ୨ ନାତି, ୨ ନାତୁଣୀଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଅବିବାହିତ ଝିଅଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଅବିବାହିତ ଝିଅଙ୍କର ଆଉ କିଛି ଦିନ ପରେ ନିର୍ବନ୍ଧ ହୋଇଥାନ୍ତା। ପରିବାର ସଦସ୍ୟ, ବନ୍ଧୁବାନ୍ଧବ ବାହାରକୁ ବୁଲି ଯାଇଥିଲା ବେଳେ ଏହି ଅଘଟଣ ଘଟିଛି। ଅଗର ମାଲଓ୍ବା ଜିଲାର ନଲଖେଡ଼ାର ଏକ ଝରଣାରେ ଭାସି ଯାଇଛନ୍ତି। ଉଜ୍ଜୟିନୀରୁ ବଗଳାମୁଖୀ ମନ୍ଦିର ଦର୍ଶନ ପାଇଁ କାର୍‌ ଯୋଗେ ଯିବାବେଳେ ଝରଣାରେ ବଢ଼ି ପାଣି ପାର୍‌ ପାଇଁ ଡ୍ରାଇଭରଙ୍କ ଦୁଃସାହସରୁ ଏପରି ଦୁଃଖଦ ଘଟଣା ଘଟିଛି। ତେବେ ଡ୍ରାଇଭରଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ସୂଚନାରୁ ପ୍ରକାଶ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking