27.1 C
Bhubaneswar
Saturday, September 19, 2026
Homeଓଡିଶାଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଡଠାରେ ବାଚସ୍ପତି

ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଡଠାରେ ବାଚସ୍ପତି

ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ କାର୍ଯ୍ୟକ୍ରମରେ ଯୋଗଦାନ
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି
ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି

ଭୁବନେଶ୍ୱର: ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥାରେ ଗଣତନ୍ତ୍ରକୁ ଅନେକ ନୂତନ ଆହ୍ୱାନର ସାମ୍ନା କରିବାକୁ ପଡ଼ୁଛି । ପ୍ରଯୁକ୍ତିବିଦ୍ୟା ବଦଳୁଛି ଏବଂ ଅନୁଷ୍ଠାନଗୁଡ଼ିକ ମଧ୍ୟ ପରିବର୍ତ୍ତିତ ହେଉଛି । କି;ୁ ଗଣତନ୍ତ୍ର ପ୍ରତ୍ୟେକ ନାଗରିକଙ୍କ ପାଇଁ ସମାନତା ସୁନିଶ୍ଚିତ କରିବା ଆବଶ୍ୟକ ଏବଂ ଏହି ନୀତି କେବେବି ପରିବର୍ତ୍ତନ କରାଯାଇପାରିବ ନାହିଁ ବୋଲି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଛନ୍ତି । ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ଆୟୋଜିତ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘର ସମ୍ମିଳନୀର ‘ସୁଗମ୍ୟ ସଂସଦ: ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଅନ୍ତର୍ଭୁକ୍ତିକରଣ’ କାର୍ଯ୍ୟକ୍ରମରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ପାଢ଼ୀ ଋଷି ଅଷ୍ଟବକ୍ରଙ୍କ ଉଦାହରଣ ଦେଇ କହିଛନ୍ତି ଯେ ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ । ଭାରତୀୟ ଗଣତନ୍ତ୍ରରେ ମଧ୍ୟ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି । ୨୦୨୪ ସାଧାରଣ ନିର୍ବାଚନରେ ୯୦ ଲକ୍ଷରୁ ଅଧିକ ଦିବ୍ୟାଙ୍ଗ ବ୍ୟକ୍ତି ଭୋଟର ଭାବରେ ପଞ୍ଜୀକୃତ ହୋଇଥିଲେ । ଏବେ ସଂସଦ ଓ ବିଧାନସଭାର ଡିଜିଟାଇଜେସନ୍‌ କରାଯାଉଛି ଏବଂ ଏହା ସେମାନଙ୍କ ପ୍ରତିନିଧିତ୍ୱ ଏବଂ ଯୋଗଦାନକୁ ଅଧିକ ସୁନିଶ୍ଚିତ କରିପାରିବ । ସରକାରଙ୍କ ଦ୍ୱାରା ପ୍ରଣିତ ‘ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଅଧିକାର ଆଇନ, ୨୦୧୬’ ଦିବ୍ୟାଙ୍ଗମାନଙ୍କ ପାଇଁ ସମାନତା, ସୁଗମ୍ୟତା ଏବଂ ଅଂଶଗ୍ରହଣ ପାଇଁ ଅବସର ଆଣିଦେଇଛି ବୋଲି ଶ୍ରୀମତୀ ପାଢ଼ୀ କହିଛନ୍ତି । ବାଚସ୍ପତି ଶ୍ରୀମତୀ ପାଢ଼ୀ ଆହୁରି ମଧ୍ୟ କହିଛନ୍ତି ଯେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଶିକ୍ଷା କ୍ଷେତ୍ରରେ ସହାୟତା ପାଇଁ ‘ବାଣୀଶ୍ରୀ ବୃତ୍ତି’ ଏବଂ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ’ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଓଡ଼ିଶାରେ ମଧ୍ୟ ସହାୟକ ଉପକରଣ, ଦକ୍ଷତା ବିକାଶ, ପୁନର୍ବାସ, ସ୍ୱତନ୍ତ୍ର ଶିକ୍ଷା, ସାମାଜିକ ସୁରକ୍ଷା, କ୍ରୀଡ଼ା ଏବଂ ଜୀବିକା ନିର୍ବାହର ସୁଯୋଗ ପାଇଁ ସହାୟତା ଯୋଗାଇ ଦିଆଯାଉଛି ବୋଲି ସେ ଉଲ୍ଲେଖ କରିଛନ୍ତି । ଏହି ଅବସରରେ ଝାଡ଼ଖଣ୍ଡର ବାଚସ୍ପତି ଶ୍ରୀ ରବିନ୍ଦ୍ରନାଥ ମହାତୋ, ରାଜ୍ୟସଭା ସାଂସଦ ସି. ସଦାନନ୍ଦନ ମାଷ୍ଟର, ମହାରାଷ୍ଟ୍ର ବିଧାନ ପରିଷଦର ଅଧ୍ୟକ୍ଷ ପ୍ରଫେସର ରାମ ସିନ୍ଧେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଏଠାରେ ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀରେ ବାଚସ୍ପତି ଶ୍ରୀମତୀ ପାଢ଼ୀଙ୍କ ସହ ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ, ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଯୋଗଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking