ବିଷମ କଟକ: ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଅଞ୍ଚଳରୁ ଆସିଛି ଏକ ଦୁଃଖଦ ଖବର। ଘରେ ଶୋଇଥିବା ସମୟରେ ସାପ କାମୁଡ଼ାରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ। ସୂଚନା ଅନୁସାରେ ମୁନିଗୁଡ଼ା ଥାନା ଅନ୍ତର୍ଗତ ଭାଲିଆପଦର ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି ମନୋଜ ବିଡ଼ିକା। ମନୋଜ ରାତିରେ ନିଜ ଘରେ ଶୋଇଥିବା ସମୟରେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡ଼ି ଦେଇଥିଲା।ସାପ କାମୁଡ଼ା ପରେ ପରିବାର ଲୋକେଜାଣିବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ତୁରନ୍ତ ବିଷମ କଟକ ଘରେଇ ହସ୍ପିଟାଲକୁ ଚିକିତ୍ସା ପାଇଁ ଆଣିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ପୁଲିସ ଏ ନେଇ ତଦନ୍ତ ଆରମ୍ଭ କରିଥିବା ବେଳେ, ଶବ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି।










