27.1 C
Bhubaneswar
Monday, September 28, 2026
Homeଓଡିଶାଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ଜ୍ଞାନେଶ କୁମାରଙ୍କ ଇସ୍ତଫା ଓ ଗିରଫ ଦାବିରେ ଏଡିଏମ ଅଫିସ...

ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ଜ୍ଞାନେଶ କୁମାରଙ୍କ ଇସ୍ତଫା ଓ ଗିରଫ ଦାବିରେ ଏଡିଏମ ଅଫିସ ଘେରାଉ

ଭୁବନେଶ୍ୱର: ଅଖିଳ ଭାରତ କଂଗ୍ରେସ କମିଟି ନିର୍ଦ୍ଦେଶକ୍ରମେ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଶ୍ରୀ ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶକ୍ରମେ ଭୋଟ ଚୋରି ଘଟଣାରେ ଭାରତର ମୁଖ୍ୟ ନିର୍ବାଚନ କମିସନର ଶ୍ରୀ ଜ୍ଞାନେଶ କୁମାରଙ୍କ ଇସ୍ତଫା ଓ ଗିରଫ ଦାବିରେ ଆଜି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀ ପ୍ରକାଶ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ଭୁବନେଶ୍ୱର ଏଡିଏମ କାର୍ଯ୍ୟାଳୟ ଘେରାଉ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଶ୍ରୀ ଜେନା କହିଲେ ଯେ ଭାରତର ମୁଖ୍ୟ ନିର୍ବାଚନ କମିସନରଙ୍କ ଏକଚାଟିଆ ନିଷ୍ପତ୍ତି ସମ୍ପର୍କରେ ଅନ୍ୟ ଦୁଇଜଣ କମିସନର ବାରମ୍ବାର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ସେମାନଙ୍କୁ ଗୁରୁତ୍ୱ ଦିଆଯାଇନଥିଲା । ତେଣୁ ଶ୍ରୀ ଜ୍ଞାନେଶ କୁମାରଙ୍କ ଇସ୍ତଫା ଓ ଗିରଫ ନହେବା ପର୍ଯ୍ୟନ୍ତ ଏହିଭଳି କାର୍ଯ୍ୟକ୍ରମ ଜାରି ରହିବ ବୋଲି ଶ୍ରୀ ଜେନା କହିଥିଲେ । କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଶ୍ରୀ ଜେନାଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧି ଦଳ ଏକ ସ୍ମାରକପତ୍ର ଏଡିଏମଙ୍କୁ ପ୍ରଦାନ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ରାମଚନ୍ଦ୍ର ଖୁଣ୍ଟିଆ, ଶିବାନନ୍ଦ ରାୟ, କିଶୋର ଜେନା, ମନୋରଞ୍ଜନ ଦାଶ, ବିଶ୍ୱଜିତ ଦାଶ, ଅଶୋକ ଦାସ, ପ୍ରଶାନ୍ତ ଚମ୍ପତ୍ତି, ମୋହନ ଜେନା, ତରୁଣ ମିଶ୍ର, ମିହିର ଆଚାର୍ଯ୍ୟ, ଚିନ୍ମୟ ସୁନ୍ଦର ଦାସ, ସୁବ୍ରତ ମହାପାତ୍ର, ଲିଙ୍ଗରାଜ ସାହୁ, ରଜନୀ ମହାନ୍ତି, ପ୍ରଭାତ ପ୍ରତାପ ସିଂ, ଶ୍ରୀୟାସ୍ମିତା ପଣ୍ଡା, ଶ୍ରୀୟା ମହାନ୍ତି, ଜୟକୃଷ୍ଣ ସୁବୁଦ୍ଧି, ଅଜୟ ମହାପାତ୍ର, ତାପସ ସେଠୀ, ମୁକେଶ ପ୍ରଧାନ, ସରୋଜ ଲେଙ୍କା, ସୂର୍ଯ୍ୟକାନ୍ତ ଜେନା ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking