27.1 C
Bhubaneswar
Monday, September 28, 2026
Homeଓଡିଶାପୁଅ ଆଗରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲା ମା’

ପୁଅ ଆଗରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲା ମା’

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା। ପୁଅ ଆଗରେ ଜଣେ ମହିଳା ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ଜଣାପଡ଼ିଛି । ନିଆଁରେ ମହିଳାଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡ଼ିଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତେବେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପରେ କଟକ ସ୍ଥାନାନ୍ତର କରାଯାଇଛି। ମହିଳାଙ୍କ ଅବସ୍ଥା ସଂକଟାପନ୍ନ ଥିବା ସୂଚନା ମିଳିଛି । ଘଟଣା ସମୟରେ ମହିଳାଙ୍କ ପୁଅ ଘରେ ଉପସ୍ଥିତ ଥିବା ଜଣାପଡ଼ିଛି। ପୁଅ ଆଗରେ ହିଁ ମହିଳା ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା କୁହାଯାଉଛି। ତେବେ ସେ କାହିଁକି ଏଭଳି ପଦକ୍ଷେପ ନେଲେ, ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ଘଟଣାକୁ ନେଇ ରାଜନଗର ଥାନା ପୁଲିସ ତଦନ୍ତ ଆରମ୍ଭ କରିଥିବାବେଳେ, ମହିଳାଙ୍କ ଏଭଳି ପଦକ୍ଷେପ ପଛରେ କୌଣସି ପାରିବାରିକ କିମ୍ବା ଅନ୍ୟ କାରଣ ରହିଛି କି ନାହିଁ, ସେନେଇ ତଥ୍ୟ ସଂଗ୍ରହ କରାଯାଉଛି। ତଦନ୍ତ ପରେ ହିଁ ଘଟଣାର ପ୍ରକୃତ କାରଣ ସ୍ପଷ୍ଟ ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking