32.1 C
Bhubaneswar
Wednesday, September 30, 2026
Homeଓଡିଶାଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ

ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ

ଗଜପତି: ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତତ୍କାଳୀନ ରୋଷେୟା ଗିରଫ । ଏନବିଡବ୍ଲ୍ୟୁ ଆଧାରରେ ତତ୍କାଳୀନ ରୋଷେୟା ତଥା ଅନ୍ୟତମ ଅଭିଯୁକ୍ତ ମନ୍ମଥ କୁମ୍ଭଙ୍କୁ ଗିରଫ କଲା ପାରଳାଖେମୁଣ୍ଡି ପୋଲିସ । ସୂଚନା ଥାଉ କି ଏସିଏଫ ସୌମ୍ୟ ରଞ୍ଜନଙ୍କ ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ଓ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ତଦନ୍ତ ପରେ ପୋଲିସ କେବଳ ବିଦ୍ୟାଭାରତୀଙ୍କ ବିରୋଧରେ ଚାର୍ଜସିଟ୍‌ ଦାଖଲ କରିଥିଲା । ଏହାପରେ ଅଭିଯୋଗକାରୀ ପ୍ରୋଟେଷ୍ଟ ପିଟିସନ୍‌ ଦାଖଲ କରିଥିଲେ । ପ୍ରୋଟେଷ୍ଟ ପିଟିସନ୍‌ରେ ମାଜିଷ୍ଟ୍ରେଟ୍‌ ତଦନ୍ତ କରିବା ପରେ ବିଦ୍ୟାଭାରତୀଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ମୋକଦ୍ଦମା ଚାଲିବ ବୋଲି ନିର୍ଦ୍ଦେଶ ଦେଇଥିଲେ । ଯାହାକୁ ଚ୍ୟାଲେଞ୍ଜ କରି ବିଦ୍ୟାଭାରତୀ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ । ୨୦୨୫ ଜୁଲାଇ ୩ ତାରିଖରେ ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଲେ ।  ପୂର୍ବରୁ ହାଇକୋର୍ଟ ବିଦ୍ୟାଭାରତୀଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ହଟାଇବା ସହ ପ୍ରୋଟେଷ୍ଟ ପିଟିସନକୁ ମଧ୍ୟ ଖାରଜ କରିଥିଲେ । ଏହି ନିଷ୍ପତ୍ତି ବିରୁଦ୍ଧରେ ସେ ସୁପ୍ରିମକୋର୍ଟ ଯାଇଥିଲେ । କିନ୍ତୁ ବଡ କଥା ହେଉଛି ତେବେ ଆଜି  ପତ୍ନୀ ବିଦ୍ୟା ଭାରତୀଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିନାହିଁ । ତାଙ୍କର ଏସଏଲପିକୁ ଖାରଜ କରିଦେଇଛନ୍ତି ଦେଶର ସର୍ବୋଚ୍ଚ ଅଦାଲତ ସୁପ୍ରିମକୋର୍ଟ । ହାଇକୋର୍ଟଙ୍କ ଆଦେଶକୁ ବଳବତ୍ତର ରଖିଛନ୍ତି ସୁପ୍ରିମକୋର୍ଟ । ଅନ୍ତରୀଣ ସୁରକ୍ଷା ହଟାଇଥିବା ହାଇକୋର୍ଟଙ୍କ ଆଦେଶ ବଳବତ୍ତର ରହିଛି ।ସୁପ୍ରିମକୋର୍ଟରେ ସ୍ପେଶାଲ ଲିଭ ପିଟିସନ ଦାଖଲ କରିଥିଲେ ବିଦ୍ୟାଭାରତୀ । ହେଲେ ସୁପ୍ରିମକୋର୍ଟରୁ ତାଙ୍କୁ ଆଶ୍ୱସ୍ତି ମିଳିପାରିନାହିଁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking