29.1 C
Bhubaneswar
Wednesday, September 30, 2026
Homeଓଡିଶାନନ୍ଦନକାନନରେ ପର୍ଯ୍ୟଟକ ବ୍ୟବସ୍ଥାର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା; ପରିଦର୍ଶନକୁ ସୁବିଧାଜନକ ଓ ସ୍ମରଣୀୟ...

ନନ୍ଦନକାନନରେ ପର୍ଯ୍ୟଟକ ବ୍ୟବସ୍ଥାର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା; ପରିଦର୍ଶନକୁ ସୁବିଧାଜନକ ଓ ସ୍ମରଣୀୟ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର: ରାଜ୍ୟର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନ ଆକର୍ଷଣ କେନ୍ଦ୍ର ନନ୍ଦନକାନନ ଜୀବ ଉଦ୍ୟାନ ପରିଦର୍ଶନ କରିଛନ୍ତି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା। ଏହି ପରିଦର୍ଶନ କାଳରେ ସେ ନନ୍ଦନକାନନକୁ ଆସୁଥିବା ପର୍ଯ୍ୟଟକମାନଙ୍କ ପରିଦର୍ଶନକୁ ଆହୁରି ସୁବିଧାଜନକ, ସୁରକ୍ଷିତ ଓ ସ୍ମରଣୀୟ କରିବା ପାଇଁ ବିଭିନ୍ନ ବ୍ୟବସ୍ଥାର ସ୍ଥିତି ସମୀକ୍ଷା କରିବା ସହ ଆବଶ୍ୟକୀୟ ଭିତ୍ତିଭୂମିର ବିକାଶ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ନନ୍ଦନକାନନର ପ୍ରାକୃତିକ ପରିବେଶ ଓ ବନ୍ୟପ୍ରାଣୀଙ୍କ ଯତ୍ନ ସହ ପର୍ଯ୍ୟଟକମାନଙ୍କ ପାଇଁ ପାନୀୟ ଜଳ, ବିଶ୍ରାମାଗାର, ଯାତାୟାତ ଏବଂ ଅନ୍ୟାନ୍ୟ ମୌଳିକ ସୁବିଧାଗୁଡ଼ିକର ଗୁଣାତ୍ମକ ମାନ ବୃଦ୍ଧି କରିବା ନେଇ ବୈଠକରେ ବ୍ୟାପକ ଚର୍ଚ୍ଚା କରାଯାଇଛି। ଦେଶ ଓ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନେ ଯେପରି ଏକ ଉତ୍ତମ ଓ ଆନନ୍ଦଦାୟକ ଅନୁଭୂତି ନେଇ ଫେରିବେ, ସେଥିପାଇଁ ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପ ଶୀଘ୍ର କାର୍ଯ୍ୟକାରୀ କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୀକ୍ଷା କାର୍ଯ୍ୟକ୍ରମରେ ମାନ୍ୟବର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ବଲୱନ୍ତ ସିଂହ ଏବଂ ଜଙ୍ଗଲ ଓ ପର୍ଯ୍ୟଟନ ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking