32.1 C
Bhubaneswar
Friday, October 9, 2026
Homeଓଡିଶାବିଧାନସଭା ପରିସରରେ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ବିଧାନସଭା ପରିସରରେ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

ଏହି ଅବସରରେ ଓଡିଶା ବିଧାନସଭା ପରିସରରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ବିଧାନସଭା ପରିସରରେ ଥିବା ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଏକାମ୍ର ବିଧାୟକ ବାବୁ ସିଂ, ପୂର୍ବତନ ବିଧାୟକ ପଦ୍ମଚରଣ ନାୟକ, ପ୍ରିୟଦର୍ଶୀ ମିଶ୍ର, ଅରବିନ୍ଦ ଢାଲି, ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା, ବିଭାଗୀୟ ନିର୍ଦେଶକ ସଞ୍ଜୟ କୁମାର ବିଶ୍ୱାଳ, ଉତ୍କଳ ସମ୍ମିଳନୀ କର୍ମକର୍ତ୍ତାଙ୍କ ସମେତ ଅନ୍ୟ ଅତିଥିବୃନ୍ଦ।ରାଜ୍ୟ ବିଜେପି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ୟୁନିଟ୍ ୮ ସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking