ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲା ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ମଧୁପୁର (ଚିଲବାନ୍ସ) ନିକଟରେ ଭାରସାମ୍ୟ ହରାଇ ଏକ ବସ୍ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ହଂସିକା ନାମକ ଏକ ବସ ଝାରସୁଗୁଡ଼ାରୁ ବାହାରି ବଣାଇଁ ଅଭିମୁଖେ ଆସୁଥିବାବେଳେ ସକାଳ ପ୍ରାୟ ୧୧ ଟା ପାଖାପାଖି ସମୟରେ ଚିଲବାନ୍ସ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ବସରେ ୪୦ରୁ ଉର୍ଦ୍ଧ୍ବ ଯାତ୍ରୀ ରହିଥିବା ବେଳେ ସେଥିରୁ ୧୫ ପାଖାପାଖି ଯାତ୍ରୀ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଗୁରୁଣ୍ଡିଆ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ତୁରନ୍ତ ଗୁରୁଣ୍ଡିଆ ଡାକ୍ତରଖାନାକୁ ପଠାଇ ଦେଇଥିଲେ। ଗୁରୁଣ୍ଡିଆ ପୋଲିସ ଘଟଣାର ତଦନ୍ତ କରୁଥିବା ଜଣାପଡିଛି।










