ପାଟଣା: ବିହାରର ହାଜିପୁରରେ ବଡ଼ ଅଘଟଣ, ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ଜଣଙ୍କ ମୃତ୍ୟୁ। ଅନେକ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ ଶିଶୁ ବୋଲି ଜଣାପଡ଼ିଛି। ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ମୃତକଙ୍କ ପାଇଁ ୪ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ବିହାରର ହାଜିପୁରରେ ଗଙ୍ଗା ନଦୀରେ ଏକ ଡଙ୍ଗା ବୁଡ଼ିଯିବାରୁ ଏଭଳି ଏକ ବଡ଼ ଦୁର୍ଘଟଣା ଘଟିଛି। ମୋଟ ୨୦ଜଣ ଯାତ୍ରୀଙ୍କୁ ନେଇ ଡଙ୍ଗାଟି ନଦୀପାର୍ ହେଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।ଘଟଣା ପରେ ସ୍ଥାନୀୟ ପ୍ରଶାସନ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ୧୪ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ମାନଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୪ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି।










