31.1 C
Bhubaneswar
Friday, October 16, 2026
Homeଓଡିଶାଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନର ଆସନ୍ତାକାଲି ମତଦାନ ଥିଲ।। ନିଜ ନିଜ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟରୁ ଛିଡାହୋଇଥିବା ପ୍ରାର୍ଥୀଙ୍କ ଫଳାଫଳ ପ୍ରକାଶ ପାଇସାରିଛି। କେଉଁଠି ଏବିଭିପି ବାଜିମାତ ମାରିଥିବା ବେଳେ ଆଉ କେଉଁଠି ବିସିଜେଡି ବାଜିମାତ ମାରିଛି । ସେହିପରି ଏନଏସୟୁଆଇ ଏବଂ ସ୍ୱାଧୀନ ପ୍ରାର୍ଥୀ ଭାବେ ଛିଡା ହୋଇଥିବା ପିଲାମାନେ ବି କିଛି ଜାଗାରେ ବିଜୟ ହୋଇଛନ୍ତି । ତେବେ ଆଜି ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ପ୍ରାର୍ଥୀଙ୍କ ଶପଥ ଉତ୍ସବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନବ ନିର୍ବାଚିତ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଛନ୍ତି । କହିଛନ୍ତି ,ପୂର୍ବ ସରକାର ନିଜର ରାଜନୈତିକ ସ୍ୱାର୍ଥ ପାଇଁ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରଖି ଛାତ୍ରଛାତ୍ରୀଙ୍କ ଗଣତାନ୍ତ୍ରିକ ସ୍ୱରକୁ ଚାପି ଦେଇଥିଲେ। କିନ୍ତୁ ଆମେ ଛାତ୍ର ସମାଜକୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରି, ସଫଳତାର ସହ ନିର୍ବାଚନ ପରିଚାଳନା କରିଛୁ ଏବଂ କ୍ୟାମ୍ପସରେ ଗଣତନ୍ତ୍ରର ପୁନଃପ୍ରତିଷ୍ଠା କରିଛୁ। ଏହି ଅବସରରେ ରାଜ୍ୟର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ପ୍ରାର୍ଥୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ଛାତ୍ରଛାତ୍ରୀଙ୍କ ଆଶା, ଆକାଂକ୍ଷା ତଥା ସେମାନଙ୍କ ସ୍ୱରକୁ ସମ୍ମାନ ଜଣାଇ ଆପଣମାନେ ନିଜ ନିଜର ଦାୟିତ୍ୱକୁ ନିଷ୍ଠା ଓ ସଚ୍ଚୋଟତାର ସହ ତୁଲାଇବେ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ। କ୍ୟାମ୍ପସରେ ଶୃଙ୍ଖଳା, ଶୈକ୍ଷିକ ବାତାବରଣ, ଏକତା ଓ ସୁସ୍ଥ ଗଣତାନ୍ତ୍ରିକ ପରମ୍ପରାକୁ ଆହୁରି ସୁଦୃଢ଼ କରି ଏକ ବିକଶିତ ଓଡ଼ିଶା ଗଠନରେ ଆପଣମାନେ ଅଗ୍ରଣୀ ଭୂମିକା ଗ୍ରହଣ କରନ୍ତୁ। ସମସ୍ତ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଉଜ୍ଜ୍ୱଳ ଭବିଷ୍ୟତ ତଥା ସଫଳ କାର୍ଯ୍ୟକାଳ କାମନା କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking