ଭୁବନେଶ୍ବର : ଓଡ଼ିଶାରେ ପହଞ୍ଚିଲେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ । ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସହ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ନବ ନିଯୁକ୍ତ ରାଜ୍ୟପାଳଙ୍କୁୱ ବିମାନବନ୍ଦରରେ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ, ମନ୍ତ୍ରୀ ଏବଂ ବିଧାୟକ ।ବିମାନବନ୍ଦରରୁ ସିଧା ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ । ସନ୍ଧ୍ୟାରେ ପୁରୀରୁ ଫେରି ରାତି ୭ଟା ୨୫ରେ ଲୋକଭବନରେ ପହଞ୍ଚିବେ । ରାଜ୍ୟପାଳଙ୍କ ଆଗମନ ଏବଂ ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଏବଂ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ରବିବାର ସକାଳ ୧୧ଟାରେ ଭୁବନେଶ୍ୱର ସ୍ଥିତ ଲୋକଭବନର ନୂଆ ଅଭିଷେକ ହଲ୍ରେ ସେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ।









