30.1 C
Bhubaneswar
Sunday, October 18, 2026
Homeଓଡିଶାଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହରରେ ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୃତକଙ୍କ ପରିଚୟ ଏଯାଏଁ ଜଣାପଡ଼ିନଥିବା ବେଳେ ତାଙ୍କ ମୃତଦେହ କଣ୍ଟାବାଞ୍ଜି ଡାକ୍ତରଖାନାରେ ରହିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।ସୂଚନା ଅନୁସାରେ, ବିଳମ୍ବିତ ରାତିରେ କଣ୍ଟାବାଞ୍ଜି ଚିଲଡ୍ରେନ୍ ପାର୍କ ନିକଟରେ ଜଣେ ବ୍ୟକ୍ତିଙ୍କୁ ଭାଲୁ ଆକ୍ରମଣ କରିଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ବ୍ୟକ୍ତିଙ୍କୁ ଉଦ୍ଧାର କରି କଣ୍ଟାବାଞ୍ଜି ଡାକ୍ତରଖାନାକୁ ନେଇଥିଲା। ତେବେ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟପଟେ, ଆଜି ସକାଳେ ବନ ବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ସିସିଟିଭି ଫୁଟେଜ୍‌ ଯାଞ୍ଚ କରୁଛି। ମୃତକଙ୍କ ପରିଚୟ ଜାଣିବା ସହ ଘଟଣାର ସବିଶେଷ ତଥ୍ୟ ସଂଗ୍ରହ ପାଇଁ ଉଦ୍ୟମ ଜାରି ରହିଛି।

ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଗତ ସପ୍ତାହେ ହେଲା ଏହି ଅଞ୍ଚଳରେ ଭାଲୁ ଚଳପ୍ରଚଳ କରୁଥିବା ଦେଖାଯାଉଛି। ଏବେ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଖବର ପରେ ଲୋକଙ୍କ ମଧ୍ୟରେ ଭୟ ବଢ଼ିଛି। ଭାଲୁର ଗତିବିଧି ଉପରେ ନଜର ରଖିବା ସହ ଲୋକଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନେବା ଜରୁରୀ ହୋଇପଡ଼ିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking