30.1 C
Bhubaneswar
Sunday, October 18, 2026
Homeଦେଶ ବିଦେଶଦୁର୍ଗାପୂଜା ମଣ୍ଡପରେ ଦଳାଚକଟା: ଆହତଙ୍କୁ ଭେଟିଲେ ଅମିତ ଶାହ

ଦୁର୍ଗାପୂଜା ମଣ୍ଡପରେ ଦଳାଚକଟା: ଆହତଙ୍କୁ ଭେଟିଲେ ଅମିତ ଶାହ

କୋଲକାତା: କୋଲକାତାରେ ଦୁର୍ଗାପୂଜା ମଣ୍ଡପରେ ଘଟିଥିବା ଦଳାଚକଟା ଘଟଣା ପରେ ହସ୍ପିଟାଲରେ ଆହତଙ୍କୁ ଭେଟିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ହସ୍ପିଟାଲ ଯାଇ ଆହତମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଘଟଣା ସମ୍ପର୍କରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ଅମିତ ଶାହ ।

ଉତ୍ତର କୋଲକାତାର ପ୍ରସିଦ୍ଧ ଚୋରବାଗାନ ଦୁର୍ଗାପୂଜା ମଣ୍ଡପରେ ମହାସପ୍ତମୀ ସନ୍ଧ୍ୟାରେ ଏହି ହୃଦୟବିଦାରକ ଅଘଟଣ ଘଟିଥିଲା । ପ୍ରବଳ ବର୍ଷା ସତ୍ତ୍ୱେ ଦେବୀଙ୍କ ଦର୍ଶନ ପାଇଁ ମଣ୍ଡପ ନିକଟରେ ହଜାର ହଜାର ଶ୍ରଦ୍ଧାଳୁ ଏକାଠି ହୋଇଥିଲେ। ଏହି ସମୟରେ ପେଣ୍ଡାଲର କିଛି ଅଂଶ ଭାଙ୍ଗିପଡ଼ିବା ପରେ ଭିଡ଼ ଭିତରେ ଦଳାଚକଟା ସ୍ଥିତି ସୃଷ୍ଟି ହୋଇଥିଲା । ଏହି ଅଘଟଣରେ ଏପର୍ଯ୍ୟନ୍ତ ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୫ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଛି। ଘଟଣା ପରେ ମଣ୍ଡପରେ ସୁରକ୍ଷା ବ୍ୟବସ୍ଥା ଓ ଭିଡ଼ ନିୟନ୍ତ୍ରଣକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି । ଅନ୍ୟପଟେ ମୃତକଙ୍କ ପରିବାର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତି ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଏବଂ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରି ଦେବା ନେଇ ଘୋଷଣା କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking