31.1 C
Bhubaneswar
Friday, October 23, 2026
Homeଓଡିଶାପୁଣି ବାତ୍ୟା ଆଶଙ୍କା

ପୁଣି ବାତ୍ୟା ଆଶଙ୍କା

ଭୁବନେଶ୍ଵର:ବଙ୍ଗୋପସାଗରରେ ପୁଣି ଏକ ସମ୍ଭାବ୍ୟ ବାତ୍ୟାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ପ୍ରଣାଳୀ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରିପାରେ ବୋଲି କିଛି ବିଦେଶୀ ପାଣିପାଗ ପୂର୍ବାନୁମାନକାରୀ ସଂସ୍ଥା ଆକଳନ କରିଛନ୍ତି। ତେବେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଏପର୍ଯ୍ୟନ୍ତ ବାତ୍ୟା ସମ୍ପର୍କରେ କୌଣସି ନିଶ୍ଚିତ ଆକଳନ କରାଯାଇନାହିଁ। ଉତ୍ତର ତାମିଲନାଡୁ ଉପକୂଳ ନିକଟ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଉପର ବାୟୁ ସଞ୍ଚାଳନ ପ୍ରକ୍ରିୟା ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଆସନ୍ତା ୨୩ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେଇପାରେ ବୋଲି ଆକଳନ କରାଯାଉଛି। ଏହି ପ୍ରଣାଳୀ ପ୍ରଭାବରେ ଆଗାମୀ ତିନି ଦିନ ମଧ୍ୟରେ ଉପକୂଳ ଆନ୍ଧ୍ରପ୍ରଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ଅନ୍ୟ କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି।କିଛି ବିଦେଶୀ ପାଣିପାଗ ମଡେଲ୍‌ର ଆକଳନ ଅନୁସାରେ, ଏହି ପ୍ରଣାଳୀ ଆଗକୁ ଅଧିକ ଘନୀଭୂତ ହୋଇପାରେ। ଅକ୍ଟୋବର ୨୭ ସୁଦ୍ଧା ଏହା ଅବପାତର ରୂପ ନେଇ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିପାରେ। ଏପରିକି ମାସ ଶେଷ ସୁଦ୍ଧା ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ମଧ୍ୟବର୍ତ୍ତୀ ଅଞ୍ଚଳରେ ଉପକୂଳ ଅତିକ୍ରମ କରିବାର ଆଶଙ୍କା ମଧ୍ୟ ପ୍ରକାଶ ପାଇଛି।ତେବେ ଏହା ଏକ ବାତ୍ୟାର ରୂପ ନେବ କି ନାହିଁ ଏବଂ କେଉଁ ଅଞ୍ଚଳ ଦେଇ ଗତି କରିବ, ତାହା ଏବେଠାରୁ ନିଶ୍ଚିତ ଭାବେ କହିବା ସମ୍ଭବ ନୁହେଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking